ନିମାପଡ଼ା, (ବସନ୍ତ ଦାସ / କଳିଙ୍ଗ ଜ୍ୟୋତି), ୨୧ ଜୁନ ୨୦୨୨ : ପୁରୀ ଜିଲ୍ଲା ନିମାପଡ଼ା ବ୍ଲକର ଖେଲାର ଠାରେ ଥିବା ବିବେକାନନ୍ଦ ଶିକ୍ଷା କେନ୍ଦ୍ର କୁ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଥିବା ଏକ ଟାଟା ମ୍ୟାଜିକ ଗାଡ଼ି ବଉଳପଦା କେନାଲବନ୍ଧ ଠାରେ ଓଲଟି ପଡ଼ିବାରୁ ଗାଡ଼ିରେ ଥିବା ୧୨ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଦୁଇଜଣ ଗୁରୁତର ଥିବା ଜଣାପଡିଛି । ସେମାନଙ୍କୁ ଚିକିତ୍ସା ଲାଗି ମେଡିକାଲ ପଠାଯାଇଛି । ନିମାପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।