ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୮/୦୭ : କରୋନା ସ୍ଥିତି ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ ପଡ଼ିବ। ଏଥିସହ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ ବୋଲି ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଆଜି ଏକ ଭିଡିଓ ବାର୍ତ୍ତା ଟୁଇଟ କରି ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, “ଦେଶରେ କରୋନା ମହାମାରୀ ସମୟରେ ଆମ ସମସ୍ତଙ୍କୁ ସଚେତନ ହେବା ପାଇଁ ପଡିବ ଓ କରୋନା ଟୀକା ତିଆରି ହେବା ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ ସରକାରଙ୍କ ନିୟମକୁ ପାଳନ କରିବା ଜରୁରୀ। ମହାପ୍ରଭୁଙ୍କ ଆଶୀର୍ବାଦକୁ ପାଥେୟ କରି ଓଡ଼ିଆ ସମାଜ ନିଜକୁ ସମ୍ଭାଳି ପାରିବ ବୋଲି ମୋର ଦୃଢ ବିଶ୍ୱାସ ।”