ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ: ନିଜେ ଟ୍ୱିଟ୍ କରି ସୂଚନା ଦେଲେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ୍ନ ମନ୍ତ୍ରୀ

0 298
greentech

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୮ : ଆଜି ରାଜ୍ୟ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂହ ଟ୍ୱିଟ କରି ସୂଚନା ଦେଇଛନ୍ତି। ତାଙ୍କ ନମୁନା ପରୀକ୍ଷାରୁ ସେ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି । ଏହାସହ ସେ କହିଛନ୍ତି, ସେ ସୁସ୍ଥ ଅଛନ୍ତି, ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ସଙ୍ଗରୋଧରେ ରହିବା ସହ କରୋନା ପରୀକ୍ଷା କରିବାକୁ ସେ ଅନୁରୋଧ କରିଛନ୍ତି । ଏ ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଏଠାରେ ଉଲ୍ଲେଖନୀୟ ଯେ, ମନ୍ତ୍ରୀ ସୁଶାନ୍ତ ସିଂହ ଅଗଷ୍ଟ ୧୫ ତାରିଖରେ ବାଲେଶ୍ୱର ଯାଇ ପତାକା ଉତୋଳନ କରିଥିଲେ । ଏଥିପୂର୍ବରୁ ନୀଳଗିରି, ରେମୁଣା, ସାଲେପୁର, ପୋଲସରା ଓ ଖଣ୍ଡପଡ଼ା ବିଧାୟକ ମାନେ କରୋନାରେ ଆକ୍ରାନ୍ତ ହୋଇଥିଲେ । ଏହାଛଡା ନିକଟରେ ବରଗଡ ସାଂସଦ ସୁରେଶ ପୁଜାରୀ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.

19 − eighteen =

error: Content is protected !!
Open chat